\id PRO - Odia Old Version Revision \ide UTF-8 \rem Copyright Information: Creative Commons Attribution- ShareAlike 4.0 License \h ହିତୋପଦେଶ \toc1 ହିତୋପଦେଶ \toc2 ହିତୋପଦେଶ \toc3 pro \mt1 ହିତୋପଦେଶ \s5 \c 1 \s ହିତୋପଦେଶର ଉପାଦେୟତା \p \v 1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ; \v 2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ; \v 3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ; \s5 \v 4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ; \v 5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; \v 6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ। \s ଯୁବ ସମାଜକୁ ଉପଦେଶ \p \s5 \v 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି। \v 8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ। \v 9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ। \s5 \v 10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। \v 11 ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; \s5 \v 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; \v 13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା, \v 14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ; \s5 \v 15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ; \v 16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ। \v 17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ। \s5 \v 18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। \v 19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ। \s ଜ୍ଞାନର ଆହ୍ୱାନ \p \s5 \v 20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ; \v 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ; \v 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ? \s5 \v 23 ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା \f + \fr 1:23 \fq ଆତ୍ମା \ft କଳ୍ପନାସକଳ \f* ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି। \v 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; \v 25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; \s5 \v 26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। \v 27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ; \s5 \v 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। \v 29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ; \v 30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ। \s5 \v 31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ। \v 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। \v 33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ। \s5 \c 2 \s ଜ୍ଞାନର ପୁରସ୍କାର \p \v 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ; \v 2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; \s5 \v 3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; \v 4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; \v 5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। \s5 \v 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। \v 7 ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି। \v 8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ। \s5 \v 9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ। \v 10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; \s5 \v 11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ। \v 12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, \v 13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; \s5 \v 14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; \v 15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ। \s5 \v 16 ଆଉ, ଯେଉଁ ପରସ୍ତ୍ରୀ \f + \fr 2:16 \ft ଅର୍ଥାତ୍ ବେଶ୍ୟା \f* ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ \f + \fr 2:16 \ft ଅର୍ଥାତ୍ ତାହାର ସ୍ବାମୀକୁ \f* ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ \v 17 ଯାହାର ଗୃହ ମୃତ୍ୟୁୁ ଆଡ଼େ \s5 \v 18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ \f + \fr 2:18 \fq ନିକଟକୁ ଗମନ କଲେ \ft ଅର୍ଥାତ୍ ଶୟନ କରିବାକୁ \f* କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, \v 19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। \s5 \v 20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର, \v 21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। \v 22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। \s5 \c 3 \s ଯୁବକମାନଙ୍କୁ ଉପଦେଶ \p \v 1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ। \v 2 ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ। \s5 \v 3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ। \v 4 ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ। \s5 \v 5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। \v 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। \s5 \v 7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। \v 8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ। \s5 \v 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। \v 10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ। \s5 \v 11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। \v 12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି। \s5 \v 13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ। \v 14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ। \s5 \v 15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ। \v 16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ। \s5 \v 17 ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ। \v 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ। \s5 \v 19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ। \v 20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। \s5 \v 21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର। \v 22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ। \s5 \v 23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ। \v 24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ। \s5 \v 25 ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ। \v 26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ। \s5 \v 27 ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ। \v 28 ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ। \s5 \v 29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ। \v 30 ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ। \s5 \v 31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ। \v 32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ। \s5 \v 33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। \v 34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି। \s5 \v 35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ। \s5 \c 4 \s ଜ୍ଞାନର ଉପକାରିତା \p \v 1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। \v 2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। \s5 \v 3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। \v 4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।” \s5 \v 5 ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। \v 6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ। \s5 \v 7 ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର। \v 8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। \v 9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।” \s5 \v 10 ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ। \v 11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି। \v 12 ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ। \s5 \v 13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ। \v 14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ। \v 15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ। \s5 \v 16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ। \v 17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି। \s5 \v 18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ। \v 19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ। \s5 \v 20 ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର। \v 21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ। \s5 \v 22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ। \v 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ। \s5 \v 24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ। \v 25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ। \s5 \v 26 ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ। \v 27 ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର। \s5 \c 5 \s ବ୍ୟଭିଚାର ବିରୁଦ୍ଧରେ ଚେତାବନୀ \p \v 1 ହେ ମୋହର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ; ମୋ’ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର; \v 2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ। \s5 \v 3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ। \v 4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ। \s5 \v 5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ; \v 6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ। \s5 \v 7 ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। \v 8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ। \s5 \v 9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ; \v 10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ; \s5 \v 11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ, \v 12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା ! \s5 \v 13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ, \v 14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି। \s5 \v 15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର। \v 16 ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ? \v 17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ। \s5 \v 18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ \f + \fr 5:18 \fq ଯୌବନକାଳର ଭାର୍ଯ୍ୟାଠାରେ \ft ଯୌବନ ଭାର୍ଯ୍ୟାଠାରେ \f* ଆମୋଦ କର। \v 19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ। \s5 \v 20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ? \v 21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି। \s5 \v 22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ। \v 23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ। \s5 \c 6 \s ସତର୍କବାଣୀସମୂହ \p \v 1 ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ, \v 2 ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ। \s5 \v 3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। \s5 \v 4 ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ। \v 5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର। \s5 \v 6 ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। \v 7 ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, \v 8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ। \s5 \v 9 ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ? \v 10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ, \v 11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। \s5 \v 12 ବେଲିଆଲ୍ ସନ୍ତାନ, \f + \fr 6:12 \fq ବେଲିଆଲ୍ ସନ୍ତାନ, \ft ବେକାର ବ୍ୟକ୍ତି \f* ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; \v 13 ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ; \s5 \v 14 ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ। \v 15 ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ। \s5 \v 16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ। \s5 \v 17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ; \v 18 ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ; \v 19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ। \s ବ୍ୟଭିଚାର ବିରୁଦ୍ଧରେ ସତର୍କବାଣୀ \p \s5 \v 20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। \v 21 ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ। \s5 \v 22 ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ। \v 23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; \s5 \v 24 ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ। \v 25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ। \s5 \v 26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। \v 27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ? \s5 \v 28 ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ? \v 29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ। \s5 \v 30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। \v 31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ। \s5 \v 32 ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେ ହିଁ ତାହା କରେ। \v 33 ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ। \s5 \v 34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। \v 35 ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ। \s5 \c 7 \s ବ୍ୟଭିଚାରିଣୀଠାରୁ ସତର୍କତା \p \v 1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ। \v 2 ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର। \v 3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ। \s5 \v 4 ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ। \v 5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ। \s5 \v 6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି; \v 7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ \s5 \v 8 ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା। \v 9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ। \s5 \v 10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ। \v 11 ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ। \v 12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ। \s5 \v 13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା \v 14 “ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି। \v 15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି। \s5 \v 16 ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି। \v 17 ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି। \v 18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ। \s5 \v 19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି। \v 20 ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।” \v 21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା। \s5 \v 22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା। \v 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା। \s5 \v 24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର। \v 25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ। \s5 \v 26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର। \v 27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁୁର ଆଳୟକୁ ଯାଏ। \s5 \c 8 \s ଜ୍ଞାନର ପ୍ରଶଂସା \p \v 1 ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ? \v 2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ। \v 3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ, \s5 \v 4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି। \v 5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ। \s5 \v 6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି। \v 7 ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ। \s5 \v 8 ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ। \v 9 ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ। \s5 \v 10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର। \v 11 ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ। \s5 \v 12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ। \v 13 ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ। \s5 \v 14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି। \v 15 ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। \v 16 ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି। \s5 \v 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ। \v 18 ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି। \s5 \v 19 ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ। \v 20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ, \v 21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ; \s5 \v 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ। \v 23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି। \s5 \v 24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି; \v 25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି; \s5 \v 26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ। \v 27 ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ, \s5 \v 28 ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା; \v 29 ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ; \s5 \v 30 ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି। \v 31 ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା। \s5 \v 32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ। \v 33 ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ। \v 34 ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ। \s5 \v 35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ। \v 36 ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି। \s5 \c 9 \s ଜ୍ଞାନ ଓ ନିର୍ବୋଧତା \p \v 1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; \v 2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି। \s5 \v 3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, \v 4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, \s5 \v 5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।” \v 6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ। \s5 \v 7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। \v 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। \v 9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ। \s5 \v 10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ। \v 11 ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ। \v 12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ। \s5 \v 13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ। \v 14 ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ। \v 15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ, \s5 \v 16 ଯେ ଅବୋଧ, ସେ ଏଠାକୁ ଆସୁ ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ, \v 17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ। \v 18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। \s5 \c 10 \s ଶଲୋମନଙ୍କ ହିତୋପଦେଶ \p \v 1 ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ। \v 2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ। \v 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ। \s5 \v 4 ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ। \v 5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। \s5 \v 6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ। \v 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ। \s5 \v 8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ। \v 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ। \s5 \v 10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ। \v 11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ। \s5 \v 12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ। \v 13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି। \s5 \v 14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ। \v 15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ। \s5 \v 16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ। \v 17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ। \s5 \v 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ। \v 19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ। \s5 \v 20 ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ। \v 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି। \s5 \v 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ। \v 23 କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର। \s5 \v 24 ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ। \v 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ। \s5 \v 26 ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ। \v 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ। \s5 \v 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ। \v 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ। \v 30 ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ। \s5 \v 31 ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। \v 32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। \s5 \c 11 \p \v 1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର। \v 2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। \s5 \v 3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ। \v 4 ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ। \s5 \v 5 ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ। \v 6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। \s5 \v 7 ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ। \v 8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ। \s5 \v 9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ। \v 10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ। \v 11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ। \s5 \v 12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ। \v 13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ। \s5 \v 14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା \f + \fr 11:14 \fq ନିରାପତ୍ତା \ft ଜୟ \f* ନିର୍ଭର କରେ। \s5 \v 15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ। \v 16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି। \s5 \v 17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ। \v 18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି। \s5 \v 19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ। \v 20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର। \s5 \v 21 ମନ୍ଦ ଲୋକ ହାତ ଧରାଧରି ହେଲେ \f + \fr 11:21 \fq ମନ୍ଦ ଲୋକ ହାତ ଧରାଧରି ହେଲେ \ft ଏହା ନିଶ୍ଚିତ ଯେ \f* ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ। \v 22 ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ। \s5 \v 23 ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ। \v 24 କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ। \s5 \v 25 ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ। \v 26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ। \s5 \v 27 ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ। \v 28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ। \s5 \v 29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। \s5 \v 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ। \v 31 ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା’ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ’ଣ ତତୋଧିକ ପାଇବେ ନାହିଁ ? \s5 \c 12 \p \v 1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ। \v 2 ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ। \s5 \v 3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ। \v 4 ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ। \s5 \v 5 ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ। \v 6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ। \s5 \v 7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ। \v 8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ। \s5 \v 9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ। \v 10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର। \s5 \v 11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ। \v 12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ। \s5 \v 13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ। \v 14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। \s5 \v 15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ। \v 16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ। \s5 \v 17 ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ। \v 18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ। \s5 \v 19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର। \v 20 ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ। \s5 \v 21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ। \v 22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର। \s5 \v 23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ। \v 24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ। \s5 \v 25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ। \v 26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ। \s5 \v 27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ। \v 28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ। \s5 \c 13 \s ଜ୍ଞାନବାନ \p \v 1 ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ। \v 2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। \s5 \v 3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ। \v 4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। \s5 \v 5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ। \v 6 ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ। \s5 \v 7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି। \v 8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ। \s5 \v 9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ। \v 10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। \s5 \v 11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। \v 12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ। \s5 \v 13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। \v 14 ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‌‌ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। \s5 \v 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। \v 16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ। \s5 \v 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ। \v 18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ। \s5 \v 19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ। \v 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। \s5 \v 21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ। \v 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ। \s5 \v 23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ। \v 24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ। \s5 \v 25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ। \s5 \c 14 \p \v 1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ। \v 2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ। \s5 \v 3 ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ। \v 4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ। \s5 \v 5 ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ। \v 6 ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ। \s5 \v 7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ। \v 8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର। \s5 \v 9 ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ। \v 10 ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ। \s5 \v 11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ। \v 12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ। \s5 \v 13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ। \v 14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ। \s5 \v 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ। \v 16 ଜ୍ଞାନୀ ଲୋକ ସତର୍କ ଥାଏ \f + \fr 14:16 \fq ସତର୍କ ଥାଏ \ft ସଦାପ୍ରଭୁଙ୍କୁ ଭୟ କରେ \f* ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। \s5 \v 17 ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର। \v 18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। \s5 \v 19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି। \v 20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି। \s5 \v 21 ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ। \v 22 ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। \s5 \v 23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ। \v 24 ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା। \s5 \v 25 ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ। \s5 \v 26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ। \v 27 ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ। \s5 \v 28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। \v 29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ। \s5 \v 30 ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ। \v 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। \s5 \v 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ। \v 33 ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ। \s5 \v 34 ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ। \v 35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି। \s5 \c 15 \p \v 1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। \v 2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍‍ଗାର କରେ। \s5 \v 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ। \v 4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ। \s5 \v 5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। \v 6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ। \s5 \v 7 ଜ୍ଞାନବାନ‌‌ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ। \v 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। \s5 \v 9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି। \v 10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ। \s5 \v 11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ? \v 12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ। \s5 \v 13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ। \v 14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ। \s5 \v 15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ। \v 16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ। \s5 \v 17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ। \v 18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ। \s5 \v 19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ। \v 20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ। \s5 \v 21 ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ। \v 22 ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ। \s5 \v 23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ ! \v 24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ। \s5 \v 25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ; \v 26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି। \s5 \v 27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ। \v 28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ। \s5 \v 29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି। \v 30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର \f + \fr 15:30 \fq ହାଡ଼ର \ft ଶରୀରକୁ \f* ପୁଷ୍ଟି କରେ। \s5 \v 31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ। \v 32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ। \s5 \v 33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ। \s5 \c 16 \p \v 1 ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ। \v 2 ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି। \s5 \v 3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ। \v 4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ। \s5 \v 5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ। \v 6 ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି। \s5 \v 7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି। \v 8 ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ। \s5 \v 9 ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି। \v 10 ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ। \s5 \v 11 ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ। \v 12 କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ। \s5 \v 13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି। \v 14 ରାଜାର କ୍ରୋଧ ମୃତ୍ୟୁୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ। \s5 \v 15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ \v 16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ ! \s5 \v 17 ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ। \v 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ। \s5 \v 19 ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ। \v 20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ। \s5 \v 21 ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ। \v 22 ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି। \s5 \v 23 ଜ୍ଞାନବାନ‌‌ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ। \v 24 ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ। \s5 \v 25 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ। \v 26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ। \s5 \v 27 ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ। \v 28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। \s5 \v 29 ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ। \v 30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ। \s5 \v 31 ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ। \v 32 ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ। \s5 \v 33 ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ। \s5 \c 17 \p \v 1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ। \v 2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ। \s5 \v 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। \v 4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ। \s5 \v 5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ। \v 6 ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ। \s5 \v 7 ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ। \v 8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ। \s5 \v 9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। \v 10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ। \s5 \v 11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ। \v 12 ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ। \s5 \v 13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ। \v 14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼। \s5 \v 15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ। \v 16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ। \s5 \v 17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ \v 18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ। \s5 \v 19 ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ। \v 20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ। \s5 \v 21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ। \v 22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ। \s5 \v 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ। \v 24 ବୁଦ୍ଧିମାନ‌ର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ। \s5 \v 25 ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ। \v 26 ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ। \s5 \v 27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ। \v 28 ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ। \s5 \c 18 \p \v 1 ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ। \v 2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। \s5 \v 3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ। \v 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ। \s5 \v 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ। \v 6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ। \s5 \v 7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ। \v 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ। \s5 \v 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ। \v 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ। \s5 \v 11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ। \v 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। \s5 \v 13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା। \v 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ? \s5 \v 15 ବୁଦ୍ଧିମାନ‍ର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ। \v 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ। \s5 \v 17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ। \v 18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ। \s5 \v 19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ। \v 20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ। \s5 \v 21 ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ। \v 22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ। \s5 \v 23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ। \v 24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି। \s5 \c 19 \p \v 1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ। \v 2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ। \s5 \v 3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। \v 4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ। \s5 \v 5 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ। \v 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି। \s5 \v 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି। \v 8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। \s5 \v 9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ। \v 10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ। \s5 \v 11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ। \v 12 ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ। \s5 \v 13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି। \v 14 ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ। \s5 \v 15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ। \v 16 ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ। \s5 \v 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ। \v 18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ। \s5 \v 19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ। \v 20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର। \s5 \v 21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ। \v 22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। \s5 \v 23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। \v 24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ। \s5 \v 25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ। \s5 \v 26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ। \v 27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ। \s5 \v 28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ। \v 29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି। \s5 \c 20 \p \v 1 ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ। \v 2 ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ। \s5 \v 3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ। \v 4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ। \s5 \v 5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ। \v 6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ? \s5 \v 7 ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି। \v 8 ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ। \s5 \v 9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ? \v 10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ। \s5 \v 11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ। \v 12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି। \s5 \v 13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ। \v 14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ। \s5 \v 15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ। \v 16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ। \s5 \v 17 ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ। \v 18 ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର। \s5 \v 19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ। \v 20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ। \s5 \v 21 ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ। \v 22 ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ। \s5 \v 23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ। \v 24 ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ? \s5 \v 25 ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ। \v 26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ। \s5 \v 27 ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ। \v 28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ। \s5 \v 29 ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା। \v 30 କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ। \s5 \c 21 \p \v 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି। \v 2 ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି। \s5 \v 3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ। \v 4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ। \s5 \v 5 କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ। \v 6 ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି। \s5 \v 7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି। \v 8 ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ। \s5 \v 9 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ। \v 10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। \s5 \v 11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ। \v 12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ। \s5 \v 13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ। \v 14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ। \s5 \v 15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ। \v 16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ। \s5 \v 17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ। \v 18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ। \s5 \v 19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ। \v 20 ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ। \s5 \v 21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ। \v 22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ। \s5 \v 23 ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ। \v 24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ। \s5 \v 25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ। \v 26 କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ। \s5 \v 27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ। \v 28 ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ। \s5 \v 29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ। \s5 \v 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ। \v 31 ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ। \s5 \c 22 \p \v 1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ। \v 2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା। \s5 \v 3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି। \v 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ। \s5 \v 5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ। \v 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ। \s5 \v 7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ। \v 8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ। \s5 \v 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ। \v 10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ। \s5 \v 11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ। \v 12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି। \s5 \v 13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି। \v 14 ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ। \s5 \v 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ। \v 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ। \s ତିରିଶଟି ଜ୍ଞାନର କଥା \p \s5 \v 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ। \v 18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ। \v 19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି। \s5 \v 20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି, \v 21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ? \s5 \v 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ। \v 23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ। \s5 \v 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ। \v 25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ। \s5 \v 26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ। \v 27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ ? \s5 \v 28 ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ। \v 29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ। \s5 \c 23 \p \v 1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ \f + \fr 23:1 \fq କିଏ \ft କିଅବା କ’ଣ \f* ଅଛି, ତାହା ଯତ୍ନପୂର୍ବକ ବିବେଚନା କର। \v 2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ। \v 3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ। \s5 \v 4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ। \v 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ। \s5 \v 6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; \v 7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। \v 8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ। \s5 \v 9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ। \v 10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ। \v 11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ। \s5 \v 12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ। \s5 \v 13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। \v 14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ। \s5 \v 15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ। \v 16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ। \s5 \v 17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। \v 18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। \s5 \v 19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ। \v 20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ। \v 21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ। \s5 \v 22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ। \v 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ। \s5 \v 24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ। \v 25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ। \s5 \v 26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ। \v 27 କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ। \v 28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ। \s5 \v 29 କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ? \v 30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା’ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର। \s5 \v 31 ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ। \v 32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ। \v 33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ। \s5 \v 34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ। \v 35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି ? ପୁନର୍ବାର ମୁଁ ତାହା ଖୋଜିବି। \s5 \c 24 \p \v 1 ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ। \v 2 କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ। \s5 \v 3 ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ; \v 4 ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ। \s5 \v 5 ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ। \v 6 ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ। \s5 \v 7 ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ। \s5 \v 8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ। \v 9 ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ। \s5 \v 10 ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ। \s5 \v 11 ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ। \v 12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ? \s5 \v 13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ। \v 14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। \s5 \v 15 ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ। \v 16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି। \s5 \v 17 ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ; \v 18 କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି। \s5 \v 19 ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ। \v 20 କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ। \s5 \v 21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ। \v 22 କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ? \s5 \v 23 ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ। \s5 \v 24 ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ। \v 25 ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ। \s5 \v 26 ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ। \v 27 ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର। \s5 \v 28 ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ। \v 29 ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ। \s5 \v 30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି। \v 31 ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି। \s5 \v 32 ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି। \v 33 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ, \v 34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। \s5 \c 25 \s ଶଲୋମନଙ୍କର ଅଧିକ ହିତୋପଦେଶ \p \v 1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ। \v 2 ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ। \v 3 ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ। \s5 \v 4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ। \v 5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ। \s5 \v 6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ। \s5 \v 7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ। \v 8 ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ? \s5 \v 9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ। \v 10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ। \s5 \v 11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ। \v 12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି। \s5 \v 13 ଫସଲ \f + \fr 25:13 \fq ଫସଲ \ft ଗ୍ରୀଷ୍ମ \f* ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ। \v 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି। \s5 \v 15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ। \s5 \v 16 ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ। \v 17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ। \s5 \v 18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ; \v 19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ। \s5 \v 20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି। \s5 \v 21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ; \v 22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ। \s5 \v 23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ। \v 24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ। \s5 \v 25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ। \v 26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ। \s5 \v 27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ। \v 28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ। \s5 \c 26 \p \v 1 ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ। \v 2 ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ। \s5 \v 3 ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି। \v 4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ। \s5 \v 5 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ। \v 6 ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। \s5 \v 7 ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ। \v 8 ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ। \s5 \v 9 ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି। \v 10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ। \s5 \v 11 ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି। \v 12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। \s5 \v 13 ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି। \v 14 ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ। \s5 \v 15 ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ। \v 16 ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ। \s5 \v 17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ। \s5 \v 18 ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି; \v 19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି। \s5 \v 20 କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ। \v 21 ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ। \s5 \v 22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ। \v 23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ। \s5 \v 24 ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ। \v 25 ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ। \v 26 ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ। \s5 \v 27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ। \v 28 ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ। \s5 \c 27 \p \v 1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ। \v 2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ। \s5 \v 3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ। \v 4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ? \s5 \v 5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ। \v 6 ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ। \s5 \v 7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ। \v 8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ। \s5 \v 9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ। \v 10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ। \s5 \v 11 ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି। \v 12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ। \s5 \v 13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ। \v 14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ। \s5 \v 15 ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି। \v 16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ। \s5 \v 17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ। \v 18 ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ। \s5 \v 19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ। \v 20 ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ \f + \fr 27:20 \fq ଇଚ୍ଛାସକଳ \ft ଚକ୍ଷୁ \f* କେତେବେଳେ ତୃପ୍ତ ନୁହେଁ। \s5 \v 21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ। \v 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ। \s5 \v 23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। \v 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ ? \v 25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ। \s5 \v 26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ। \v 27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ। \s5 \c 28 \p \v 1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ। \v 2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ। \s5 \v 3 ଯେଉଁ ଦରିଦ୍ର ଲୋକ \f + \fr 28:3 \fq ଦରିଦ୍ର ଲୋକ \ft ଶାସକ \f* ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ। \v 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି। \s5 \v 5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି। \v 6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ। \s5 \v 7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। \v 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ। \s5 \v 9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ। \v 10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। \s5 \v 11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ। \v 12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି। \s5 \v 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ। \v 14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, \f + \fr 28:14 \fq ଭୟ ରଖେ, \ft ସଦାପ୍ରଭୁଙ୍କୁ ଭୟ କରେ \f* ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। \s5 \v 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା। \v 16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ। \s5 \v 17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ। \v 18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ। \s5 \v 19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ। \v 20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ। \s5 \v 21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ। \v 22 କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ। \s5 \v 23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ। \v 24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ। \s5 \v 25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ। \v 26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। \s5 \v 27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, \f + \fr 28:27 \fq ଯେ ଆପଣା ଚକ୍ଷୁ ମୁଦେ, \ft ଯେ ସାହାଯ୍ୟ କରିବାକୁ ମନା କରେ \f* ସେ ଅନେକ ଅଭିଶାପ ପାଇବ। \v 28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି। \s5 \c 29 \p \v 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ। \v 2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି। \s5 \v 3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। \v 4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ। \s5 \v 5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ। \v 6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ। \s5 \v 7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ। \v 8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି। \s5 \v 9 ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ। \v 10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି। \s5 \v 11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ। \v 12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି। \s5 \v 13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି। \v 14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ। \s5 \v 15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ। \v 16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ। \s5 \v 17 ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ। \v 18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ। \s5 \v 19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ। \v 20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। \s5 \v 21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ। \v 22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ। \s5 \v 23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ। \v 24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ। \s5 \v 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ। \v 26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ। \s5 \v 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ। \s5 \c 30 \s ଆଗୁରର କଥା \p \v 1 ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ \f + \fr 30:1 \fq ଈଥୀୟେଲ \ft ଏହାର ଅର୍ଥ ହେ ପରମେଶ୍ଵର, ମୁଁ କ୍ଲାନ୍ତ ଅଟେ \f* ଓ ଉକଲକୁ \f + \fr 30:1 \fq ଉକଲକୁ \ft ଏହାର ଅର୍ଥ ହେ ପରମେଶ୍ଵର ମୁଁ ସମ୍ପୂର୍ଣ୍ଣ ଭାବରେ କ୍ଲାନ୍ତ ଅଟେ \f* କହେ : \v 2 ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ। \v 3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ। \s5 \v 4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ। \s5 \v 5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ। \v 6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ। \s5 \v 7 ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ। \v 8 ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର। \v 9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି। \s5 \v 10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। \s5 \v 11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି। \v 12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି। \s5 \v 13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍‍ଥିତ ହୋଇଅଛି। \v 14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି। \s5 \v 15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା। \v 16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା। \v 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ। \s5 \v 18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। \v 19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି। \s5 \v 20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ। \s5 \v 21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ; \v 22 ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର; \v 23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର। \s5 \v 24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ, \v 25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି। \v 26 ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି। \s5 \v 27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି। \v 28 ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ। \s5 \v 29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି; \v 30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ। \v 31 ଯୁଦ୍ଧାଶ୍ୱ \f + \fr 30:31 \fq ଯୁଦ୍ଧାଶ୍ୱ \ft ଅର୍ଥାତ୍ ଗର୍ବୀ ଗଞ୍ଜା \f* ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ। \s5 \v 32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। \v 33 କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ। \s5 \c 31 \s ଲମୂୟେଲ ରାଜାର କଥା \p \v 1 ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି। \v 2 ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ? \v 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ। \s5 \v 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ। \v 5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। \s5 \v 6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। \v 7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ। \s5 \v 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ। \v 9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର। \s ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ \p \s5 \v 10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ। \v 11 ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ। \v 12 ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ। \s5 \v 13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ। \v 14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ। \v 15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। \s5 \v 16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ। \v 17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ। \s5 \v 18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ। \v 19 ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ। \s5 \v 20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ। \v 21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। \s5 \v 22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ। \v 23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ। \s5 \v 24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ। \v 25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ। \s5 \v 26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ। \v 27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ। \s5 \v 28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ; \v 29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ। \s5 \v 30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ। \v 31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।