forked from WA-Catalog/or_ulb
52 lines
7.4 KiB
Plaintext
52 lines
7.4 KiB
Plaintext
\id PHM
|
|
\ide UTF-8
|
|
\sts - Odia Old Version Revision
|
|
\rem Copyright Information Creative Commons Attribution ShareAlike 4.0 License
|
|
\h ଫିଲୀମୋନ
|
|
\toc1 ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
|
|
\toc2 ଫିଲୀମୋନ
|
|
\toc3 phm
|
|
\mt1 ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
|
|
|
|
|
|
\s5
|
|
\c 1
|
|
\s ଅଭିବାଦନ
|
|
\p
|
|
\v 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ,
|
|
\v 2 ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ- ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଲେଖୁଅଛୁ;
|
|
\v 3 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
|
|
\s ଫିଲୀମୋନଙ୍କ ପ୍ରେମ ଓ ବିଶ୍ୱାସ
|
|
\p
|
|
\s5
|
|
\v 4 ପ୍ରଭୁ ଯୀଶୁ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ୱାସ ବିଷୟ ଶୁଣି
|
|
\v 5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
|
|
\v 6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ ।
|
|
\v 7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି ।
|
|
\s ଅନୀସିମଙ୍କ ପାଇଁ ପାଉଲଙ୍କ ଅନୁରୋଧ
|
|
\p
|
|
\s5
|
|
\v 8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
|
|
\v 9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
|
|
\s5
|
|
\v 10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
|
|
\v 11 ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,
|
|
\v 12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି ।
|
|
\v 13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
|
|
\s5
|
|
\v 14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ ।
|
|
\v 15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;
|
|
\v 16 ବିଶେଷରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ ।
|
|
\s5
|
|
\v 17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲାପରି ତାହାକୁ ଗ୍ରହଣ କର ।
|
|
\v 18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋ' ହିସାବରେ ଲେଖିରଖ;
|
|
\v 19 ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି । ତୁମ୍ଭେ ନିଜେ ଯେ ମୋ' ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ ।
|
|
\v 20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ ।
|
|
\s5
|
|
\v 21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ ।
|
|
\v 22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି ।
|
|
\s ଶେଷ ଶୁଭେଚ୍ଛା
|
|
\p
|
|
\s5
|
|
\v 23-24 ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
|
|
\v 25 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ | |