forked from WA-Catalog/or_ulb
87 lines
17 KiB
Plaintext
87 lines
17 KiB
Plaintext
\id HAG - Old OdiaVersion Revision
|
|
\ide UTF-8
|
|
\rem - Copyright Information: Creative Commons Attribution - ShareAlike 4.0 licence
|
|
\h - ହାଗୟ
|
|
\toc1 - ହାଗୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ
|
|
\toc2 - ହାଗୟ
|
|
\toc3 hag
|
|
\mt1 ହାଗୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ
|
|
\mt2 THE BOOK OF PROPHET
|
|
\s5
|
|
\c 1
|
|
\s ମନ୍ଦିର ପୁନଃନିର୍ମାଣ ନିମନ୍ତେ ଆଦେଶ
|
|
\p
|
|
\v 1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
|
|
\v 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।
|
|
\s5
|
|
\p
|
|
\v 3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
|
|
\v 4 ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ?
|
|
\v 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
|
|
\q
|
|
\v 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
|
|
\s5
|
|
\p
|
|
\v 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
|
|
\v 8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
|
|
\v 9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
|
|
\s5
|
|
\v 10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
|
|
\v 11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।
|
|
\s ଲୋକଙ୍କର ପରମେଶ୍ୱରଙ୍କ ଆଦେଶ ପାଳନ
|
|
\p
|
|
\s5
|
|
\v 12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ
|
|
\f + \fr 1:12
|
|
\fq ଅବଶିଷ୍ଟାଂଶ ସମସ୍ତେ \ft ଅର୍ଥାତ୍ ଯେଉଁମାନେ ବାବିଲ ବନ୍ଦୀତ୍ଵରୁ ଫେରିଥିଲେ \f* ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
|
|
\v 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।
|
|
\s5
|
|
\v 14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
|
|
\v 15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
|
|
\s5
|
|
\c 2
|
|
\s ନୂତନ ମନ୍ଦିରର ଐଶ୍ୱର୍ଯ୍ୟ
|
|
\p
|
|
\v 1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
|
|
\v 2 ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
|
|
\s5
|
|
\v 3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ?
|
|
\v 4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
|
|
\v 5 କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
|
|
\s5
|
|
\p
|
|
\v 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
|
|
\v 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
|
|
\s5
|
|
\v 8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
|
|
\v 9 ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
|
|
\s ଅଶୁଚି ଲୋକଙ୍କ ନିମନ୍ତେ ଆଶୀର୍ବାଦ
|
|
\p
|
|
\s5
|
|
\v 10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
|
|
\v 11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
|
|
\v 12 କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା।
|
|
\s5
|
|
\p
|
|
\v 13 ସେତେବେଳେ ହାଗୟ କହିଲେ, ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ।
|
|
\p
|
|
\v 14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
|
|
\s5
|
|
\p
|
|
\v 15 ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
|
|
\v 16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା।
|
|
\v 17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
|
|
\s5
|
|
\v 18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
|
|
\v 19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।
|
|
\s ଯିରୁବ୍ବାବିଲ୍ ଅଙ୍ଗୁରୀୟ ରୂପେ ମନୋନୀତ
|
|
\p
|
|
\s5
|
|
\v 20 ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
|
|
\v 21 ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
|
|
\q2
|
|
\v 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
|
|
\s5
|
|
\p
|
|
\v 23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
|