or_ulb/25-LAM.usfm

266 lines
50 KiB
Plaintext

\id LAM - Odia Old Version Revision
\ide UTF-8
\rem Copyright Information: Creative Commons Attribution- ShareAlike 4.0 License
\h ଯିରିମୀୟଙ୍କ ବିଳାପ
\toc1 ଯିରିମୀୟଙ୍କ ବିଳାପ
\toc2 ଯିରିମୀୟଙ୍କ ବିଳାପ
\toc3 lam
\mt1 ଯିରିମୀୟଙ୍କ ବିଳାପ
\s5
\c 1
\s ଯିରୂଶାଲମର ନିର୍ଜନତା
\p
\v 1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
\p
\v 2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
\s5
\v 3 ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।
\s5
\v 4 ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
\v 5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞା-ଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
\s5
\v 6 ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
\s5
\v 7 ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
\s5
\v 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
\v 9 ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
\s5
\v 10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
\s5
\v 11 ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
\v 12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
\s5
\v 13 ସେ ଉର୍ଦ୍ଧ୍ୱରୁ ମୋ’ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋ’ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।
\v 14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋ’ ସ୍କନ୍ଧ ଉପରକୁ ଆସିଅଛି; ସେ ମୋ’ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
\s5
\v 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋ’ ଯୁବକଗଣକୁ ଦଳି ପକାଇବା ପାଇଁ ମୋ’ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
\s5
\v 16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
\v 17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
\s5
\v 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
\v 19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
\s5
\v 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ’ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
\s5
\v 21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ’ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
\v 22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା-ଲଙ୍ଘନ ସକାଶୁ ମୋ’ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।
\s5
\c 2
\s ଯିରୂଶାଲମ ପ୍ରତି ପରମେଶ୍ୱରଙ୍କ ଦଣ୍ଡ ବିଧାନ
\p
\v 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
\v 2 ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
\s5
\v 3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
\v 4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
\s5
\v 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
\v 6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
\s5
\v 7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
\s5
\v 8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
\v 9 ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।
\s5
\v 10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
\s5
\v 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
\v 12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
\s5
\v 13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?
\v 14 ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
\s5
\v 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
\v 16 ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
\s5
\v 17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
\s5
\v 18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
\v 19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
\s5
\v 20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ ?
\s5
\v 21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
\v 22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ
\f +
\fr 2:22
\fq ଆଶଙ୍କାସକଳକୁ
\ft ଅର୍ଥାତ୍ ଶତ୍ରୁଗଣକୁ
\f* ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।
\s5
\c 3
\s ଶାସ୍ତି, ଅନୁତାପ ଓ ଭରସା
\p
\v 1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
\v 2 ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
\v 3 ସେ ନିଶ୍ଚୟ ମୋ’ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
\v 4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।
\s5
\v 5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
\v 6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛନ୍ତି।
\v 7 ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରି ଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
\v 8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
\s5
\v 9 ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
\v 10 ସେ ମୋ’ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
\v 11 ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
\s5
\v 12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
\v 13 ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
\v 14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
\v 15 ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
\s5
\v 16 ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
\v 17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
\v 18 ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।
\s5
\v 19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
\v 20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋ’ ଅନ୍ତରରେ ଅବସନ୍ନ ହେଉଅଛି।
\v 21 ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
\s5
\v 22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
\v 23 ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
\v 24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।
\s5
\v 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
\v 26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
\v 27 ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
\v 28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖି ଅଛନ୍ତି।
\v 29 ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
\s5
\v 30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
\v 31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
\v 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
\v 33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
\s5
\v 34 ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
\v 35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
\v 36 ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
\s5
\v 37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି ?
\v 38 ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ ?
\v 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
\s5
\v 40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
\v 41 ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
\v 42 ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
\v 43 ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
\s5
\v 44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
\v 45 ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
\v 46 ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
\v 47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
\s5
\v 48 ମୋ’ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।
\v 49 ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
\v 50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
\s5
\v 51 ମୋ’ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋ’ ପ୍ରାଣକୁ ଦୁଃଖ ଆଣେ।
\v 52 ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
\v 53 ସେମାନେ ଗର୍ତ୍ତରେ
\f +
\fr 3:53
\fq ଗର୍ତ୍ତରେ
\ft କିମ୍ବା କୂପରେ
\f* ମୋର ପ୍ରାଣ ସଂହାର କରି ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି।
\v 54 ମୋ’ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
\s5
\v 55 ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
\v 56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
\v 57 ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
\s5
\v 58 ହେ ପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
\v 59 ହେ ସଦାପ୍ରଭୁ, ମୋ’ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
\v 60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
\v 61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
\s5
\v 62 ମୋ’ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋ’ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
\v 63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
\s5
\v 64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
\v 65 ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
\v 66 ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।
\s5
\c 4
\s ଈଶ୍ୱରଙ୍କ ଲୋକଙ୍କ ଦୁର୍ଗତି
\p
\v 1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
\v 2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି !
\s5
\v 3 ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋ’ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।
\s5
\v 4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
\v 5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।
\s5
\v 6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
\s5
\v 7 ତାହାର କୁଳୀନ ଲୋକମାନେ
\f +
\fr 4:7
\fq କୁଳୀନ ଲୋକମାନେ
\ft ଅର୍ଥାତ୍ ନାଜରତୀୟମାନେ
\f* ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।
\v 8 ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯା’ନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
\s5
\v 9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
\v 10 ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ’ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
\s5
\v 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
\s5
\v 12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
\v 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
\s5
\v 14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
\v 15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।
\s5
\v 16 ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
\s5
\v 17 ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
\v 18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
\s5
\v 19 ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
\v 20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
\s5
\v 21 ହେ ଊଷ୍‍ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
\v 22 ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।
\s5
\c 5
\s ଈଶ୍ୱରଙ୍କ କରୁଣାର ନିବେଦନ
\p
\v 1 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
\v 2 ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
\v 3 ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
\v 4 ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
\s5
\v 5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
\v 6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
\v 7 ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
\s5
\v 8 ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
\v 9 ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
\v 10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
\s5
\v 11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗର ସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
\v 12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
\s5
\v 13 ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
\v 14 ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
\s5
\v 15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
\v 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
\s5
\v 17 ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
\v 18 କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
\s5
\v 19 ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
\v 20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?
\v 21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
\v 22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।