265 lines
52 KiB
Plaintext
265 lines
52 KiB
Plaintext
\id GAL
|
|
\ide UTF-8
|
|
\sts - Odia Old Version Revision
|
|
\rem Copyright Information: Creative Commons Attribution- ShareAlike 4.0 License
|
|
\h ଗାଲାତୀୟ
|
|
\toc1 ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
|
|
\toc2 ଗାଲାତୀୟ
|
|
\toc3 gal
|
|
\mt1 ପ୍ରେରିତ ପାଉଲଙ୍କ ପତ୍ର
|
|
|
|
|
|
\s5
|
|
\c 1
|
|
\s ଅଭିବାଦନ
|
|
\p
|
|
\v 1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
|
|
\v 2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ;
|
|
\s5
|
|
\v 3 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
|
|
\v 4 ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
|
|
\v 5 ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍ ।
|
|
\s ଏକମାତ୍ର ସୁସମାଚାର
|
|
\p
|
|
\s5
|
|
\v 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
|
|
\v 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି ।
|
|
\s5
|
|
\v 8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
|
|
\v 9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
|
|
\v 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।
|
|
\s ପାଉଲ ଈଶ୍ୱରଙ୍କ ଦ୍ୱାରା ଆହୂତ
|
|
\p
|
|
\s5
|
|
\v 11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
|
|
\v 12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି ।
|
|
\s5
|
|
\v 13 ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
|
|
\v 14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି ।
|
|
\s5
|
|
\v 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
|
|
\v 16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
|
|
\v 17 କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି ।
|
|
\s5
|
|
\v 18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।
|
|
\v 19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।
|
|
\v 20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ୱରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ
|
|
\s5
|
|
\v 21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି ।
|
|
\v 22 ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;
|
|
\v 23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
|
|
\v 24 ଆଉ ସେମାନେ ମୋ' ସକାଶେ ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।
|
|
|
|
\s5
|
|
\c 2
|
|
\s ପାଉଲ ପ୍ରେରିତମାନଙ୍କ ଦ୍ୱାରା ଗୃହୀତ
|
|
\p
|
|
\v 1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।
|
|
\v 2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି ।
|
|
\s5
|
|
\v 3 ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
|
|
\v 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
|
|
\v 5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।
|
|
\s5
|
|
\v 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
|
|
\v 7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
|
|
\v 8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
|
|
\s5
|
|
\v 9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
|
|
\v 10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି ।
|
|
\s ପିତରଙ୍କୁ ପାଉଲଙ୍କର ଅନୁଯୋଗ
|
|
\p
|
|
\s5
|
|
\v 11 କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।
|
|
\v 12 ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୂଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ ।
|
|
\s5
|
|
\v 13 ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।
|
|
\v 14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?
|
|
\s ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ
|
|
\p
|
|
\s5
|
|
\v 15 ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,
|
|
\v 16 ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
|
|
\s5
|
|
\v 17 କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ ? ତାହା କେବେ ହେଁ ନ ହେଉ ।
|
|
\v 18 କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହି ସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି ।
|
|
\v 19 ଯେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।
|
|
\s5
|
|
\v 20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।
|
|
\v 21 ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।
|
|
|
|
\s5
|
|
\c 3
|
|
\s ବିଶ୍ୱାସ ଅବା ମୋଶାଙ୍କ ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକତା
|
|
\p
|
|
\v 1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
|
|
\v 2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?
|
|
\v 3 ତୁମ୍ଭେମାନେ କ'ଣ ଏପରି ନିର୍ବୋଧ ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ ?
|
|
\s5
|
|
\v 4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ?
|
|
\v 5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?
|
|
\s5
|
|
\v 6 ଯେପରି ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
|
|
\v 7 ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରାହାମଙ୍କର ସନ୍ତାନ ।
|
|
\v 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,"ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''।
|
|
\v 9 ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ବାସର ପୁରୁଷ ଅବ୍ରାହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
|
|
\s ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ
|
|
\p
|
|
\s5
|
|
\v 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''
|
|
\v 11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''
|
|
\v 12 ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
|
|
\s5
|
|
\v 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
|
|
\v 14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
|
|
\s ମୋଶାଙ୍କ ବ୍ୟବସ୍ଥା ଏବଂ ପ୍ରତିଜ୍ଞା
|
|
\p
|
|
\s5
|
|
\v 15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
|
|
\v 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
|
|
\s5
|
|
\v 17 ମୋହର ଭାବ ଏହି, ଯେଉଁ ନିୟମ ଈଶ୍ୱରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ ।
|
|
\v 18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି ।
|
|
\s5
|
|
\v 19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
|
|
\v 20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ ।
|
|
\s ବ୍ୟବସ୍ଥାର ଉଦ୍ଦେଶ୍ୟ
|
|
\p
|
|
\s5
|
|
\v 21 ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।
|
|
\v 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।
|
|
\s5
|
|
\v 23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ ।
|
|
\v 24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।
|
|
\v 25 କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧିନରେ ନାହୁଁ ।
|
|
\v 26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
|
|
\s5
|
|
\v 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
|
|
\v 28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।
|
|
\v 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
|
|
|
|
\s5
|
|
\c 4
|
|
\s ପୁତ୍ର ଏବଂ ଉତ୍ତରାଧିକାରୀ
|
|
\p
|
|
\v 1 କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,
|
|
\v 2 କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ ।
|
|
\s5
|
|
\v 3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ
|
|
\v 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
|
|
\v 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।
|
|
\s5
|
|
\v 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।
|
|
\v 7 ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
|
|
\s ଗାଲାତୀୟମାନଙ୍କ ନିମନ୍ତେ ପାଉଲଙ୍କ ଉଦ୍ବିଗ୍ନତା
|
|
\p
|
|
\s5
|
|
\v 8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
|
|
\v 9 କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
|
|
\s5
|
|
\v 10 ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ ।
|
|
\v 11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।
|
|
\s5
|
|
\v 12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ ।
|
|
\v 13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି
|
|
\v 14 ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ୱରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ ।
|
|
\s5
|
|
\v 15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।
|
|
\v 16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?
|
|
\s5
|
|
\v 17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
|
|
\v 18 କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ ।
|
|
\s5
|
|
\v 19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।
|
|
\v 20 ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି ।
|
|
\s ହାଗାର ଓ ସାରାଙ୍କ ଉଦାହରଣ
|
|
\p
|
|
\s5
|
|
\v 21 ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ?
|
|
\v 22 କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।
|
|
\v 23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
|
|
\s5
|
|
\v 24 ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ ।
|
|
\v 25 ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।
|
|
\s5
|
|
\v 26 କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;
|
|
\v 27 ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।''
|
|
\s5
|
|
\v 28 ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।
|
|
\v 29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।
|
|
\s5
|
|
\v 30 ମାତ୍ର ଶାସ୍ତ୍ର କ'ଣ କୁହେ ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
|
|
\v 31 ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।
|
|
|
|
\s5
|
|
\c 5
|
|
\s ଖ୍ରୀଷ୍ଟଙ୍କଠାରେ ସ୍ୱାଧୀନତା
|
|
\p
|
|
\v 1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ ।
|
|
\v 2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
|
|
\s5
|
|
\v 3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
|
|
\v 4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
|
|
\s5
|
|
\v 5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।
|
|
\v 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।
|
|
\v 7 ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ ?
|
|
\v 8 ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
|
|
\s5
|
|
\v 9 ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ ।
|
|
\v 10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ ।
|
|
\s5
|
|
\v 11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି ? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
|
|
\v 12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା ।
|
|
\s5
|
|
\v 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର ।
|
|
\v 14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।''
|
|
\v 15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ ।
|
|
\s ଆତ୍ମାଙ୍କ ଦ୍ୱାରା ଆଚରଣ
|
|
\p
|
|
\s5
|
|
\v 16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
|
|
\v 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ ।
|
|
\v 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ ।
|
|
\s5
|
|
\v 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
|
|
\v 20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
|
|
\v 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
|
|
\s5
|
|
\v 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
|
|
\v 23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ ।
|
|
\v 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
|
|
\s5
|
|
\v 25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ ।
|
|
\v 26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
|
|
|
|
\s5
|
|
\c 6
|
|
\s ପରସ୍ପରର ଭାର ବହନ କରିବା
|
|
\p
|
|
\v 1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
|
|
\v 2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥା ସଫଳ କରିବ ।
|
|
\s5
|
|
\v 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।
|
|
\v 4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;
|
|
\v 5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।
|
|
\s5
|
|
\v 6 କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।
|
|
\v 7 ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ ।
|
|
\v 8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
|
|
\s5
|
|
\v 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।
|
|
\v 10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।
|
|
\s ଶେଷ ସତର୍କବାଣୀ ଓ ଅଭିବାଦନ
|
|
\p
|
|
\s5
|
|
\v 11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି ।
|
|
\v 12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।
|
|
\v 13 କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି ।
|
|
\s5
|
|
\v 14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।
|
|
\v 15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।
|
|
\v 16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।
|
|
\s5
|
|
\v 17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି ।
|
|
\v 18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ । |