115 lines
24 KiB
Plaintext
115 lines
24 KiB
Plaintext
\id 2PE
|
||
\ide UTF-8
|
||
\sts - Odia Old Version Revision
|
||
\rem Copyright Information Creative Commons Attribution ShareAlike 4.0 License
|
||
\h ୨ ପିତର
|
||
\toc1 ପିତରଙ୍କ ଦ୍ୱିତୀୟ ପତ୍ର
|
||
\toc2 ୨ ପିତର
|
||
\toc3 2pe
|
||
\mt1 ପିତରଙ୍କ ଦ୍ୱିତୀୟ ପତ୍ର
|
||
|
||
|
||
\s5
|
||
\c 1
|
||
\s ଅଭିବାଦନ
|
||
\p
|
||
\v 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
|
||
\v 2 ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।
|
||
\s ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର ରଖିବା
|
||
\p
|
||
\s5
|
||
\v 3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।
|
||
\v 4 ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।
|
||
\s5
|
||
\v 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
|
||
\v 6 ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,
|
||
\v 7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।
|
||
\s5
|
||
\v 8 ଏହି ସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
|
||
\v 9 ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି ।
|
||
\s5
|
||
\v 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
|
||
\v 11 ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।
|
||
\s ପିତରଙ୍କ ଶେଷ ସମୟ
|
||
\p
|
||
\s5
|
||
\v 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
|
||
\v 13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
|
||
\v 14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି ।
|
||
\v 15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି ।
|
||
\s ଖ୍ରୀଷ୍ଟଙ୍କ ମହିମା ଏବଂ ଈଶ୍ୱରଙ୍କ ବାକ୍ୟ
|
||
\p
|
||
\s5
|
||
\v 16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
|
||
\v 17 ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ୱରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
|
||
\v 18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।
|
||
\s5
|
||
\v 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।
|
||
\v 20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
|
||
\v 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।
|
||
|
||
\s5
|
||
\c 2
|
||
\s ଭଣ୍ଡ ଭାବବାଦୀ ଏବଂ ଭଣ୍ଡ ଶିକ୍ଷକ
|
||
\p
|
||
\v 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।
|
||
\v 2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ ।
|
||
\v 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
|
||
\s5
|
||
\v 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
|
||
\v 5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;
|
||
\v 6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
|
||
\s5
|
||
\v 7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
|
||
\v 8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।
|
||
\v 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।
|
||
\s5
|
||
\v 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
|
||
\v 11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।
|
||
\s5
|
||
\v 12 କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
|
||
\v 13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।
|
||
\v 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
|
||
\s5
|
||
\v 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
|
||
\v 16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।
|
||
\s5
|
||
\v 17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
|
||
\v 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
|
||
\v 19 ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ ।
|
||
\s5
|
||
\v 20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।
|
||
\v 21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା ।
|
||
\v 22 କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।
|
||
|
||
\s5
|
||
\c 3
|
||
\s ପ୍ରଭୁଙ୍କ ଆଗମନର ପ୍ରତିଜ୍ଞା
|
||
\p
|
||
\v 1 ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି ।
|
||
\v 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି ।
|
||
\s5
|
||
\v 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
|
||
\v 4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି ।
|
||
\s5
|
||
\v 5 ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା
|
||
\v 6 ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;
|
||
\v 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।
|
||
\s5
|
||
\v 8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ ।
|
||
\v 9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।
|
||
\s5
|
||
\v 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।
|
||
\s5
|
||
\v 11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
|
||
\v 12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ ।
|
||
\v 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।
|
||
\s ଶେଷ ପରାମର୍ଶ
|
||
\p
|
||
\s5
|
||
\v 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
|
||
\v 15 ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।
|
||
\v 16 ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହି ସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେ ସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି ।
|
||
\s5
|
||
\v 17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
|
||
\v 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର । |