\id JOL \ide UTF-8 \sts - Odia Old Version Revision \rem - Copyright Information: Creative Commons Attribution - ShareAlike 4.0 licence \h - ଯୋୟେଲ \toc1 - ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ \toc2 - ଯୋୟେଲ \toc3 jol \mt1 ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ \mt2 THE BOOK OF PROPHET \s5 \c 1 \p \v 1 ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା । \s ଶସ୍ୟ ହାନି ସକାଶୁ ଦେଶବାସୀଙ୍କ ବିଳାପ \p \q \v 2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, \q ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର । \q ତୁମ୍ଭମାନଙ୍କ ସମୟରେ କିଅବା \q ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟରେ କି ଏହା ଘଟିଅଛି ? \q \v 3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ \q ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, \q ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ । \p \q \s5 \v 4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି \q ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି \q ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି । \p \q \s5 \v 5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, \q ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; \q କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି । \q \v 6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, \q ସେ ବଳବାନ୍ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ \q ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ । \q \v 7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି \q ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; \q ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; \q ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି । \p \q \s5 \v 8 ଯୌବନକାଳୀନ ସ୍ୱାମୀ ଶୋକରେ \q ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର । \q \v 9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ \q ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; \q ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି । \q \v 10 କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି; \q କାରଣ ଶସ୍ୟ ଉଜାଡ଼ ହୋଇଅଛି, \q ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି । \p \q \s5 \v 11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, \q ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, \q ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; \q କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି । \q \v 12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି; \q ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, \q ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; \q କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି । \s ଅନୁତାପ ନିମନ୍ତେ ଆହ୍ୱାନ \p \q \s5 \v 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; \q ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; \q ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, \q ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର; \q କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ \q ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି । \p \q \v 14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, \q ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ \q ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି \q ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର । \p \q \s5 \v 15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, \q ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ । \q \v 16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ \q ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ ? \q \v 17 ବିହନସବୁ ଟେଳା ତଳେ ପଚି ଯାଉଅଛି; \q ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; \q କାରଣ ଶସ୍ୟ ଶୁଷ୍କ ହୋଇଅଛି । \q \s5 \v 18 ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି ! \q ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; \q ମେଷପଲ ଦଣ୍ଡ ପାଉଅଛନ୍ତି । \p \q \v 19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; \q କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି \q ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି । \q \v 20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; \q ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି \q ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି । \s5 \c 2 \s ସଦାପ୍ରଭୁଙ୍କର ଦିନ \p \q \v 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ \q ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! \q ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; \q କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ । \p \q \v 2 ତାହା ତିମିର ଓ ଅନ୍ଧକାରମୟ ଦିନ, \q ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, \q ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; \q ମହତୀ ଓ ବଳବତୀ ଏକ ଗୋଷ୍ଠୀ, \q ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, \q କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ \q ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ । \p \q \s5 \v 3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି \q ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; \q ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ \q ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; \q ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ । \p \q \s5 \v 4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ \q ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି । \q \v 5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, \q ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, \q ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ । \q \s5 \v 6 ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; \q ସମସ୍ତଙ୍କର ମୁଖ ମଳିନ । \p \q \v 7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; \q ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; \q ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି \q ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ । \q \s5 \v 8 ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; \q ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; \q ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି \q ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ । \p \q \v 9 ସେମାନେ ନଗର ଉପରେ କୁଦନ୍ତି; \q ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; \q ସେମାନେ ଗୃହ ଉପରେ ଚଢ଼ନ୍ତି; \q ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି । \q \s5 \v 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; \q ଆକାଶମଣ୍ଡଳ ଥରଥର ହୁଏ; \q ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ \q ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି । \p \q \v 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ \q ଆପଣା ରବ ଉଚ୍ଚାରଣ କରନ୍ତି; \q କାରଣ ତାହାଙ୍କର ଛାଉଣୀ ଅତି ବଡ଼; \q କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ୍ । \q କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; \q ଆଉ କିଏ ତାହା ସହ୍ୟ କରି ପାରେ ? \s ଅନୁତାପ ନିମନ୍ତେ ଆହ୍ୱାନ \p \q \s5 \v 12 ତଥାପି ସଦାପ୍ରଭୁ କହନ୍ତି, \q “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି \q ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ ।” \q \v 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର \q ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; \q କାରଣ ସେ କୃପାମୟ ଓ ସ୍ନେହଶୀଳ, \q କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, \q ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି । \p \q \s5 \v 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, \q ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ \q ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ । \p \s5 \v 15 ସିୟୋନରେ ତୂରୀ ବଜାଅ \q ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; \q \v 16 ଲୋକମାନଙ୍କୁ ଏକତ୍ର କର, \q ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, \q ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; \q ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ । \p \q \s5 \v 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ \q ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, \q ଆଉ ସେମାନେ କହନ୍ତୁ, \q “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର \q ଓ ଅନ୍ୟ ଦେଶୀୟମାନେ ଯେପରି \q ସେମାନଙ୍କ ଉପରେ ଶାସନ ନ କରିବେ, \q ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; \q ସେମାନଙ୍କର ପରମେଶ୍ୱର କାହାନ୍ତି, \q ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?” \s ପରମେଶ୍ୱରଙ୍କ ଆଶୀର୍ବାଦ \p \q \s5 \v 18 ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ \q ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ । \q \v 19 ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, \q “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, \q ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, \q ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; \q ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ \q ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ । \p \q \s5 \v 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ \q ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, \q ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ \q ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, \q ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; \q ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, \q କାରଣ ସେ ମହତ୍‍ କର୍ମମାନ କରିଅଛନ୍ତି ।” \p \q \s5 \v 21 ହେ ଦେଶ, ଭୟ କର ନାହିଁ, \q ଉଲ୍ଲସିତ ହୋଇ ଆନନ୍ଦ କର; \q କାରଣ ସଦାପ୍ରଭୁ ମହତ୍‍ କର୍ମମାନ କରିଅଛନ୍ତି । \q \v 22 ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; \q କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି, \q ବୃକ୍ଷ ଫଳ ଫଳୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି । \p \q \v 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ \q ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; \q କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି \q ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, \q ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ । \q \s5 \v 24 ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ \q ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ । \q1 \v 25 “ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, \q ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, \q ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, \q ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା । \p \q \s5 \v 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ \q ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, \q ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ \q ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ । \q \v 27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ \q ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, \q ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ । \s ମନୁଷ୍ୟ ଉପରେ ପରମେଶ୍ୱରଙ୍କ ଆତ୍ମା \p \q \s5 \v 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; \q ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, \q ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, \q ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ । \q \v 29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେ \q ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା । \p \q \s5 \v 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ \q ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା । \q \v 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ \q ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ । \p \q \s5 \v 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; \q କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ \q ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, \q ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, \q ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ ।” \s5 \c 3 \s ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର \p \q \v 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, \q ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, \q \v 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି \q ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; \q ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର \q ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, \q କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି \q ଆମ୍ଭର ଦେଶ ବିଭାଗ କରିଅଛନ୍ତି । \q \v 3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି \q ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି \q ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି । \p \q \s5 \v 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, \q ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? \q ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? \q ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, \q ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ \q ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା । \p \q \v 5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, \q ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ \q ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; \q \v 6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ \q ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ \q ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ । \p \q \s5 \v 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, \q ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା \q ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; \q \v 8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ \q ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, \q ତହିଁରେ ସେମାନେ ସେମାନଙ୍କୁ \q ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; \q କାରଣ ସଦାପ୍ରଭୁ ଏହା କହିଅଛନ୍ତି । \p \q \s5 \v 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; \q ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; \q ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ । \q \v 10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ \q ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: \q ଦୁର୍ବଳ ଲୋକ କହୁ, “ମୁଁ ବଳବାନ୍ ।” \p \q \s5 \v 11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, \q ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; \q ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ । \q \s5 \v 12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ \q ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; \q କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର \q ବିଚାର କରିବା ପାଇଁ ବସିବା । \p \q \v 13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; \q ତୁମ୍ଭେମାନେ ଆସି ଦଳନ କର; \q କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; \q କାରଣ ସେମାନଙ୍କର ଦୁଷ୍ଟତା ବଡ଼ । \q \s5 \v 14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! \q କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି । \q \v 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି \q ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି । \s ଯିହୁଦାର ଗୌରବମୟ ଭବିଷ୍ୟତ \p \q \s5 \v 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ \q ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; \q ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; \q ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ \q ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ । \p \q \v 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ \q ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; \q ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ \q ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ । \q \s5 \v 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, \q ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ \q ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; \q ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, \q ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ । \p \q \v 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ \q ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, \q କାରଣ ସେମାନେ ଆପଣାମାନଙ୍କ ଦେଶରେ \q ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି । \p \q \s5 \v 20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ । \q \v 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, \q ତାହା ନିର୍ଦ୍ଦୋଷ କରିବା ।” \q କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।