\id TIT - Oriya Old Version Revision \s5 \c 1 ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର \v 1 ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତିତସଙ୍କ ନିକଟକୁ ପତ୍ର ଲେଖୁଅଛି; \v 2 ଈଶ୍ୱରଙ୍କ ମନୋନିତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନାରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି; \v 3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି| \s5 \v 4 ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ| \v 5 ମୋହର ଆଦେଶାନୁସାରେ ଅସମ୍ପୁର୍ଣ୍ଣ କାର୍ଯ୍ୟ ସବୁ ସମ୍ପୁର୍ଣ୍ଣ କରିବାକୁ ପୁଣି ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରିତିରେ ତୁମ୍ଭକୁ ଛାଡ଼ି ଆସିଲି; \s5 \v 6 ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହନ୍ତି, ତାହାଙ୍କୁ ନିଯୁକ୍ତ କର| \v 7 କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୁପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ, \s5 \v 8 ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ, \v 9 ପୁଣି ଯେପରି ସେ ହିତଜନକ ଶିକ୍ଷାଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ| \s5 \v 10 କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି; \v 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ | ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୁର୍ଣ୍ଣ ରୁପେ ପଥ ଭ୍ରଷ୍ଟ କରନ୍ତି| \s5 \v 12 ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତିବାସିମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁତୁଲ୍ୟ ଓ ଅଳାସୁଆ ପେଟୁକ ଅଟନ୍ତି | \v 13 ଏହି ସାକ୍ଷ୍ୟ ସତ୍ୟ| ଏଣୁ ସେମାନେ ଯେପରି ଯିହୁହୀୟ କଳ୍ପିତ ଗଳ୍ପ ପୁଣି ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି , \s5 \v 14 ଏଥିପାଇଁ ସେମାନଙ୍କୁ ଦୃଢ ରୁପେ ଅନୁଯୋଗ କର| \s5 \v 15 ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ| ବଂର ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ| \v 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ | \s5 \c 2 \v 1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ| \v 2 ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି ବିଶ୍ୱାସ, ପ୍ରେମ ଓ ଧୌର୍ଯ୍ୟରେ ସବଳ ହେବାକୁ, \s5 \v 3 ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହି ପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; \v 4 ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥି ନିମନ୍ତେ ସେମାନେ ଯୁବତୀମାନଙ୍କୁ ପବିତ୍ରତା, \v 5 ସନ୍ତାନବତ୍ସଳା, ସୁବୁଦ୍ଧି, ସତୀ, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀର ବଶୀଭୁତା ହେବାକୁ ଶିକ୍ଷା ଦିଅନ୍ତୁ; \s5 \v 6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ ; \v 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନିୟ ବାକ୍ୟ ପ୍ରକାଶ କର, \v 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ | \s5 \v 9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, \v 10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୁର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୁପ ହୁଅନ୍ତି| \s5 \v 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, \v 12 ପୁଣି ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, \v 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ୍ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି| \s5 \v 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦଯୋଗୀ ନିଜସ୍ୱ ଲୋକସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ | \s5 \v 15 ଏହି ସମସ୍ତ କଥା କହି ପୁର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର| କେହି ତୁମ୍ଭକୁ ତୁଚ୍ଛ ନ କରୁ | \s5 \c 3 \v 1 କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, \v 2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବ ପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ| \s5 \v 3 କାରଣ ପୁର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁଁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁଁ| \s5 \v 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୟା ଓ ମାନବ ଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, \v 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମ କର୍ମ ସକାଶେ ନୁହେ, ମାତ୍ର ଆପଣାର ଦୟାନୁସାରେ ପୁନଃର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; \s5 \v 6 ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୁପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, \v 7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ| \s5 \v 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କ ଠାରେ ବିଶ୍ୱାସକାରିମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢରୁପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା | ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ | \s5 \v 9 କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତି ଜନକ ଓ ଅସାର | \v 10 ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହା ଠାରୁ ପୃଥକ ରୁହ; \v 11 ଏହି ପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ | \m \s5 \v 12 ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତୋମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନିକପଲିକୁ ମୋ ପାଖକୁ ଆସିବା ପାଇଁ ଯତ୍ନ କର, କାରଣ ସେଠାରେ ଶିତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି | \v 13 ବ୍ୟବସ୍ଥା ଶାସ୍ତ୍ରଜ୍ଞ ଜିନା ଓ ଆପଲ୍ଲଙ୍କୁ ଯତ୍ନ ପୁର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ | \s5 \v 14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳ ହୀନ ନ ହୁଅନ୍ତି | \s5 \v 15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି | ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ | \p ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ |