forked from WA-Catalog/or_ulb
61 lines
10 KiB
Plaintext
61 lines
10 KiB
Plaintext
|
|
\id JUD - Free Bible Oriya
|
|
\mt1 ଯିହୂଦାଙ୍କ ପତ୍ର
|
|
|
|
|
|
\s5
|
|
\c 1
|
|
\s ଅଭିବାଦନ
|
|
\p
|
|
\v 1 ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ ,ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
|
|
\v 2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
|
|
\s ଭଣ୍ଡ ଶିକ୍ଷକଙ୍କ ପ୍ରତି ଦଣ୍ଡାଜ୍ଞା
|
|
\p
|
|
|
|
\s5
|
|
\v 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
|
|
\v 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣିଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାରକରନ୍ତି।
|
|
|
|
\s5
|
|
\v 5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ୱାସ କଲେ, ପରେ ସେମାନଙ୍କୁ ବିନାଶ କଲେ।
|
|
\v 6 ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
|
|
|
|
\s5
|
|
\v 7 ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇ ଅଛନ୍ତି।
|
|
\v 8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
|
|
|
|
\s5
|
|
\v 9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।
|
|
\v 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱଭାବିକ ଭାବେ ବୁଝନ୍ତି, ସେସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
|
|
\v 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
|
|
|
|
\s5
|
|
\v 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟବୃକ୍ଷ ସଦୃଶ;
|
|
\v 13 ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛି।
|
|
|
|
\s5
|
|
\v 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
|
|
\v 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀକରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
|
|
\v 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
|
|
\s ମନୋନିବେଶ କରିବା ନିମନ୍ତେ ଆହ୍ୱାନ
|
|
\p
|
|
|
|
\s5
|
|
\v 17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି,ସେହିସବୁ ସ୍ମରଣ କର;
|
|
\v 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ,ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
|
|
\v 19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ୱରଙ୍କ ଆତ୍ମାବିହୀନ।
|
|
|
|
\s5
|
|
\v 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
|
|
\v 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
|
|
|
|
\s5
|
|
\v 22 ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
|
|
\v 23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
|
|
\s ସ୍ତବ ଗାନ
|
|
\p
|
|
|
|
\s5
|
|
\v 24 ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ୁମଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
|
|
\v 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ,ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
|